ଗଜପତିରୁ ପୋଷ୍ୟ ସନ୍ତାନ ଗ୍ରହଣ କଲେ ଗୁଜରାଟ ଦମ୍ପତି ।

ଆର,ଉଦୟଗିରି (ମନୋଜ କୁମାର ପାଢ଼ୀ):
ଆଜି ଗଜପତି ଜିଲ୍ଲାରୁ ୭୧ତମ ଶିଶୁଙ୍କୁ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ପୋଷ୍ୟ ସନ୍ତାନ ଭାବେ ଗୁଜରାଟର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି। ପିତୃମାତୃହୀନ ଏହି ଶିଶୁଙ୍କୁ, ଶିଶୁ ମଙ୍ଗଳ ସମିତିଙ୍କ ନିର୍ଦ୍ଦେଶ କ୍ରମେ ଯତ୍ନ ଓ ସୁରକ୍ଷା ନିମନ୍ତେ ଉତ୍କଳ ବାଳାଶ୍ରମ ବାଳିକା ଶିଶୁ ଯତ୍ନ ଅନୁଷ୍ଠାନ, ପାରଳାଖେମୁଣ୍ଡିଠାରେ ରଖି ଯତ୍ନ ଓ ସୁରକ୍ଷା ପ୍ରଦାନ କରାଯାଉଥିଲା। 


ପରବର୍ତ୍ତି ମୁହୁର୍ତ୍ତରେ ଶିଶୁ ମଙ୍ଗଳ ସମିତି, ଗଜପତି ଶିଶୁଟିକୁ ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ ଏବଂ ଏହାପରେ ଶିଶୁଟିର ତଥ୍ୟ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ଗ୍ରହଣ ପୋର୍ଟାଲ୍ ରେ ଅପଲୋଡ଼୍ କରାଯାଇଥିଲା, ଯାହାଦ୍ୱାରା ଶିଶୁଟି ପୋଷ୍ୟ ସନ୍ତାନ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ, ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା।

ପୋଷ୍ୟ ସନ୍ତାନ ଗ୍ରହଣ ନିମନ୍ତେ ପ୍ରାୟ ୭ ବର୍ଷରୁ ଉର୍ଦ୍ଧ ସମୟ ଧରି ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଉକ୍ତ ଦମ୍ପତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ। ଉପରୋକ୍ତ ଦମ୍ପତ୍ତି ଶାରିରୀକ ସ୍ତରରେ ଶିଶୁଟିକୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ଵତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ଗଜପତି ପ୍ରସ୍ତୁତ କରିଥିଲେ । ସମସ୍ତ ଦସ୍ତାବିଜକୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଟିକୁ ଉକ୍ତ ଦମ୍ପତିଙ୍କୁ ହସ୍ତାନ୍ତର କରିଥିଲେ। ଶିଶୁଟିର ବୟସ ୧୧ ବର୍ଷ, ଶିଶୁକନ୍ୟା ହୋଇଥିବାବେଳେ, ଶିଶୁଟିକୁ ପାଇ ଉକ୍ତ ଦମ୍ପତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା। ହସ୍ତାନ୍ତର ସମୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନି ମାଝୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍, ଉତ୍କଳ ବାଳାଶ୍ରମ ବାଳିକା ଶିଶୁ ଯତ୍ନ ଅନୁଷ୍ଠାନ ଓ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Comments

Popular posts from this blog

୧ କୁଇଣ୍ଟାଲ ଗଂଜେଇ ଜବତ. ୨ ଜଣ ବେପାରୀ ଗିରଫ।

ଆରମ୍ଭ ହୋଇ ଯାଇଛି ଚଳିତ ବର୍ଷ ର ପ୍ରଥମ ରବି ମଣ୍ଡି , ଚାଷୀ ମାନେ ସରକାର ଙ୍କ ନିଷ୍ପତିକୁ ସ୍ଵାଗତ ଜଣାଇ ଭଲ ଧାନ ଦବୁ ଭଲ ଟଙ୍କା ନବୁ ବୋଲି ଆଶା ରଖିଛନ୍ତି ।

କେ ଏମ ଭାଲିଆସାହିରେ ୨ୟ ପର୍ଯ୍ୟାୟ ନିଷ୍ଠା ତାଲିମ ପରିସମାପ୍ତ।